1ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।
2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
4‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା]