ଗୀତସଂହିତା 89

ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;

Psalm 89:20 (UKJV) I have found David my servant; with my holy oil have I anointed him:

18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।

19ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।

20ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;

21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।

22ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.