ଗୀତସଂହିତା 89

ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।

Psalm 89:27 (UKJV) Also I will make him my firstborn, higher than the kings of the earth.

25ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।

26ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’

27ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।

28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।

29ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.