ଗୀତସଂହିତା 89

ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।

Psalm 89:36 (UKJV) His seed shall endure for ever, and his throne as the sun before me.

34ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।

35ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦଙ୍କୁ ମିଥ୍ୟା କହିବା ନାହିଁ।

36ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।

37ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” [ସେଲା]

38ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.