ଗୀତସଂହିତା 89

ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।

Psalm 89:41 (UKJV) All that pass by the way spoil him: he is a reproach to his neighbours.

39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।

40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।

41ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।

42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।

43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.