ଗୀତସଂହିତା 89

ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।

Psalm 89:43 (UKJV) You have also turned the edge of his sword, and have not made him to stand in the battle.

41ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।

42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।

43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।

44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।

45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.