ଗୀତସଂହିତା 89

ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?

Psalm 89:46 (UKJV) How long, LORD? will you hide yourself for ever? shall your wrath burn like fire?

44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।

45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା]

46ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?

47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!

48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.