ଗୀତସଂହିତା 89

ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!

Psalm 89:47 (UKJV) Remember how short my time is: wherefore have you made all men in vain?

45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା]

46ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?

47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!

48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?

49ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.