ଗୀତସଂହିତା 89

ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?

Psalm 89:48 (UKJV) What man is he that lives, and shall not see death? shall he deliver his soul from the hand of the grave? Selah.

46ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?

47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!

48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?

49ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?

50ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.