3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
4‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା]
5ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
6କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?