ଗୀତସଂହିତା 89

ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।

Psalm 89:9 (UKJV) You rule the raging of the sea: when the waves thereof arise, you still them.

7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?

8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।

9ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।

10ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।

11ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.