1ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
3ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।