11ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
12କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।