13ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, ସେଲା]
17ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।