ଗୀତସଂହିତା 9

ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

Psalm 9:17 (UKJV) The wicked shall be turned into hell, and all the nations that forget God.

15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]

17ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

19ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.