ଗୀତସଂହିତା 9

ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

Psalm 9:8 (UKJV) And he shall judge the world in righteousness, he shall minister judgment to the people in uprightness.

6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;

10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.