9କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
11ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।