ଗୀତସଂହିତା 93

ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।

Psalm 93:2 (UKJV) Your throne is established of old: you are from everlasting.

1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।

2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।

3ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।

4ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.