ଗୀତସଂହିତା 94

କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।

Psalm 94:14 (UKJV) For the LORD will not cast off his people, neither will he forsake his inheritance.

12ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,

13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।

14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।

15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ।

16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.