1ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।
2ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
3ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।