18“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।
19ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।