20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
23ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।