5ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7ପୁଣି, “ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।”
8ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?