1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
3କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।