ଗୀତସଂହିତା 95

ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;

Psalm 95:8 (UKJV) Harden not your heart, as in the provocation, and as in the day of temptation in the wilderness:

6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;

7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।

8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;

9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

10ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.