ଗୀତସଂହିତା 96

କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;

Psalm 96:12 (UKJV) Let the field be joyful, and all that is therein: then shall all the trees of the wood rejoice

10“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”

11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;

12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;

13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.