1ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।