4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
5ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
6ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;