ଗୀତସଂହିତା 99

ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।

Psalm 99:4 (UKJV) The king's strength also loves judgment; you do establish equity, you execute judgment and righteousness in Jacob.

2ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।

3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।

4ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।

5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।

6ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.