7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
8ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।
9ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।