ପ୍ରକାଶିତ 1

“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”

Revelation 1:11 (UKJV) Saying, I am Alpha and Omega, the first and the last: and, What you see, write in a book, and send it unto the seven churches which are in Asia; unto Ephesus, and unto Smyrna, and unto Pergamos, and unto Thyatira, and unto Sardis, and unto Philadelphia, and unto Laodicea.

9ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।

10ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,

11“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”

12କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,

13ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.