11“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”
12କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,
13ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
14ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
15ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।