13ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
14ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
15ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
16ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
17ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,