15ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
16ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
17ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
18“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।
19ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।