ପ୍ରକାଶିତ 1

ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।

Revelation 1:3 (UKJV) Blessed is he that reads, and they that hear the words of this prophecy, and keep those things which are written therein: for the time is at hand.

1ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।

2ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।

3ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।

4ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ

5ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.