2ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।
3ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।
4ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
5ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
6ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।