ପ୍ରକାଶିତ 1

“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”

Revelation 1:8 (UKJV) I am Alpha and Omega, the beginning and the ending, says the Lord, which is, and which was, and which is to come, the Almighty.

6ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।

7“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”

8“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”

9ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।

10ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.