7“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍।”
8“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”
9ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।
10ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
11“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”