ପ୍ରକାଶିତ 10

ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।

Revelation 10:3 (UKJV) And cried with a loud voice, as when a lion roars: and when he had cried, seven thunders uttered their voices.

1ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;

2ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି

3ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।

4ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।

5ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.