2ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
3ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
4ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।
5ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
6ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;