4ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।
5ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
6ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
7ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।
8ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।