ପ୍ରକାଶିତ 10

ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।

Revelation 10:9 (UKJV) And I went unto the angel, and said unto him, Give me the little book. And he said unto me, Take it, and eat it up; and it shall make your belly bitter, but it shall be in your mouth sweet as honey.

7ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍‍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।

8ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।

9ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।

10ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।

11ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.