ପ୍ରକାଶିତ 11

ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।

Revelation 11:1 (UKJV) And there was given me a reed like unto a rod: and the angel stood, saying, Rise, and measure the temple of God, and the altar, and them that worship therein.

1ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।

2କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।

3ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.