8ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
9ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
10ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
11ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।
12ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।