12ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
13ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
14ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।
15ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”
16ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,