ପ୍ରକାଶିତ 11

ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”

Revelation 11:15 (UKJV) And the seventh angel sounded; and there were great voices in heaven, saying, The kingdoms of this world are become the kingdoms of our Lord, and of his Christ; and he shall reign for ever and ever.

13ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।

14ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।

15ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”

16ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,

17“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.