2କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
3ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
4ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।
5କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।
6ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।