6ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।
7ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।
8ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
9ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
10ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।