ପ୍ରକାଶିତ 12

ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।

1ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।

2ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।

3ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.