8କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
9ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
10ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
11ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
12ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”